ପାଣ୍ଡିଆନଙ୍କୁ ନେଇ ଗଣମାଧ୍ୟମ ଆଗରେ ଖୋଲାଖୋଲି ଏମିତି କହିଦେଲେ ନବୀନ

0

ବିଜେଡି ରାଜ୍ୟରେ ପରାଜୟ ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ଗଣମାଧ୍ୟମ ଆଗରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି। ନବୀନ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା। ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ ସ୍ବୀକାର କରୁଛୁ। ପରାଜୟ ସତ୍ତ୍ବେ ରାଜ୍ୟବାସୀଙ୍କ ପାଇଁ ସେବା ଜାରି ରଖିବି।

ଏଥିସହ ପାଣ୍ଡିଆନଙ୍କୁ ନେଇ ନବୀନ କହିଛନ୍ତି, ପରାଜୟ ପାଇଁ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ। ଅଫିସର ଭାବେ କାମ କରି ଅବସର ନେଇ ବିଜେଡିରେ ମିଶିଥିଲେ। ସେ କୌଣସି ପଦ ପଦବୀରେ ନାହାନ୍ତି, ନିର୍ବାଚନ ଲଢ଼ି ନାହାନ୍ତି। ମୋ ଉତ୍ତରାଧିକାରୀ ପାଣ୍ଡିଆନ ନୁହଁନ୍ତି ଆଉ ଥରେ ସ୍ପଷ୍ଟ କରୁଛି।

ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ। ନବୀନ ଅଫିସର ଭାବେ ପାଣ୍ଡିଆନ ୧୦ ବର୍ଷ ଭଲ କାମ କରିଛନ୍ତି। ବାତ୍ୟା ଓ କୋଭିଡ ସମୟରେ ଭଲ କାମ କରିଛନ୍ତି ପାଣ୍ଡିଆନ। ଭଲ କାମ କରି ଅବସର ନେଇ ରାଜନୀତିରେ ଯୋଗ ଦେଇଛନ୍ତି। ବିଜେଡହିରେ ଯୋଗ ଦେବା ପରେ ଦଳ ପାଇଁ ବହୁତ କାମ କରିଛନ୍ତି।

ପାଣ୍ଡିଆନ ଜଣେ ସଚ୍ଚୋଟ ଓ ଦକ୍ଷ ବ୍ୟକ୍ତି।

Leave A Reply

Your email address will not be published.