ଆଜି ହାଇଦ୍ରାବାଦ୍ ଗସ୍ତରେ ଯିବେ ନବୀନ

0

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ କିପରି ଅଧିକରୁ ଅଧିକ ପୁଞ୍ଜିନିବେଶ ହୋଇପାରିବ, ସେନେଇ ନିରନ୍ତର ପ୍ରୟାସ କରିଚାଲିଛନ୍ତି ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ । ପୁଞ୍ଜି ଆଣିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି। ରାଜ୍ୟ ସରକାର ଏବଂ ଫିକିର ମିଳିତ ଆନୁକୂଲ୍ୟରେ ସେଠାର ଚଳିତ ବର୍ଷର ଷଷ୍ଠ ନିବେଶକ ସମ୍ମିଳନୀ ଆୟୋଜିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ସିଧାସଳଖ ଭାବେ ଶିଳ୍ପପତିମାନଙ୍କ ସହ ଆଲୋଚନା କରିବେ। ଏହି ସମ୍ମିଳନୀରେ ମୁଖ୍ୟତଃ ହେଲ୍ଥ୍ ଏବଂ ଫାର୍ମା, ଆଇଟି, ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ, ଟେକ୍ସଟାଇଲ, ଫୁଡ ପ୍ରୋସେସିଂ, ମାଇନିଂ ମେସିନାରୀ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉତ୍ସ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ପ୍ରମୁଖ କମ୍ପାନୀଙ୍କର ମୁଖ୍ୟମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

ପୂର୍ବରୁ ଏହି ଉପରୋକ୍ତ ୬ ଟି ନିବେଶକ ସମ୍ମିଳନୀ ଦ୍ୱାରା ରାଜ୍ୟକୁ ବିଭିନ୍ନ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ପଥ ପରିଷ୍କାର ହୋଇଥିବା ବେଳେ ହାଇଦ୍ରାବାଦଠାରେ ହେବା ଯାଉଥିବା ସମ୍ମେଳନ ମଧ୍ୟ ରାଜ୍ୟରେ ଚାଲିଥିବା ଶିଳ୍ପାନୟନ କ୍ଷେତ୍ରରେ ପ୍ରମୁଖ ଅଂଶ ଗ୍ରହଣ କରିବ ବୋଲି ଆଶା କରାଯାଉଛି। ସବୁଠି ମୁଖ୍ୟମନ୍ତ୍ରୀ ନିଜେ ଶିଳ୍ପପତି, ନିବେଶକମାନଙ୍କ ସହ ଆଲୋଚନା କରୁଛନ୍ତି। ଏହା ଦ୍ୱାରା ସେମାନଙ୍କୁ ଏକ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ମିଳୁଛି ଯାହାର ପରିଣାମ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଏବଂ ପରବର୍ତ୍ତି ସମୟରେ ଦେଖିବାକୁ ମିଳିବ ବୋଲି କୁହାଯାଉଛି। ତେବେ ଦେଖାଯାଉ ନବୀନଙ୍କ ଏହି ପ୍ରୟାସ କେତେ ମାତ୍ରାରେ ସଫଳ ହେଉଛି ।

Leave A Reply

Your email address will not be published.