ଭୁବନେଶ୍ୱର (ଆମ ଟିଭି): ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍ ଇନ୍ କରି ବାଦ୍ ପଡ଼ିଥିବା ହିତାଧିକାରୀମାନେ ଅପଟ୍ ଇନ୍ କରିପାରିବେ। ଏହାପରେ ସେମାନେ ହିତାଧିକାରୀ ତାଲିକାରେ ପୁନଃ ଯୋଡ଼ି ହୋଇପାରିବେ।