ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ: ଶପଥ ପାଠ କରାଇଲେ ରାଷ୍ଟ୍ରପତି

0

ଦେଶର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକୃଷ୍ଣନ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ତାଙ୍କ କ୍ୟାବିନେଟର ଅନେକ ବରିଷ୍ଠ ମନ୍ତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ବହୁ ବରିଷ୍ଠ ବିଜେପି ନେତା ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିପି ରାଧାକୃଷ୍ଣନଙ୍କୁ ଉପରାଷ୍ଟ୍ରପତି ପଦର ଶପଥ ପାଠ କରାଇଥିଲେ। ତେବେ ଏଥର ଉପରାଷ୍ଟ୍ରପତି ନିର୍ବାଚନରେ ସିପି ରାଧାକ୍ରିଷ୍ଣନ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ପରାସ୍ତ କରି ଦେଶର ନୂଆ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.