ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ଆଇଏମଡି ଡିଜି

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାକୁ ଘାରିଛି ବାତ୍ୟା ଭୟ । ସମ୍ଭାବ୍ୟ ବାତ୍ୟାକୁ ନେଇ ଏବେ ସମସ୍ତେ ଭୟଭୀତ । ଏହାରି ଭିତରେ ବାତ୍ୟାକୁ ନେଇ ଭୟଭୀତ ହୋଇପଡ଼ିଥିବା ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତିମୂଳକ ଖବର। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି। ହେଲେ ଓଡ଼ିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡ଼ିବ ନାହିଁ। ଏହା ଓଡ଼ିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡ଼କୁ ମୁହାଁଇବ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଫଳରେ ଆଶ୍ୱସ୍ତ ହୋଇଛନ୍ତି ରାଜ୍ୟବାସୀ।

ଏନେଇ ଆଇଏମ୍ଡି ଡିଜି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ନିକଟସ୍ଥ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏହି ଅବପାତ ସୃଷ୍ଟି ହେବ। ତାହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି ଜାରି ରଖିବ। ଏହା ୨୩ ତାରିଖ ବେଳକୁ ଗଭୀର ଅବପାତରେ ପରିଣତ ହେବ। ୨୪ ତାରିଖରେ ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୋଡ଼ ବଦଳାଇବ ।

Leave A Reply

Your email address will not be published.