ଆଉ ନାହାଁନ୍ତି ରାମୋଜୀ ରାଓ; ୮୭ ବର୍ଷରେ ଆଖି ବୁଜିଲେ ରାମୋଜୀ ଫିଲ୍ମ ସିଟିର ମାଲିକ

0

ନୂଆଦିଲ୍ଲୀ (ଆମ ଟିଭି):  ପରଲୋକରେ ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ସମୟରେ ଦେହାନ୍ତ ହୋଇଛି।

ତେଲୁଗୁ ଦେଶମ ପାର୍ଟି ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ । ରାମୋଜି ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରିଆସୁଥିବା ରାଓ ଙ୍କ ଅନ୍ତିମ ସଂସ୍କାର ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ସମ୍ପନ୍ନ ହେବାର ସୂଚନା ରହିଛି ।

Leave A Reply

Your email address will not be published.