ଆଉ ନାହାନ୍ତି ମୋତି ମହଲର ଶେଷ ରାଣୀ

0

ଜୟପୁର (ଆମ ଟିଭି): ଆଉ ନାହାନ୍ତି ମୋତି ମହଲର ଶେଷ ରାଣୀ । ଜୟପୁର ରାଜ ପରିବାରର ଶେଷରାଣୀ ରମା କୁମାରୀ ଦେବୀଙ୍କର ଗତକାଲି ମଧ୍ୟରାତ୍ରିରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ଦୀର୍ଘ ବର୍ଷ ଧରି ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ପରେ ଶେଷରେ ଜୟୁପରସ୍ଥିତ ମୋତି ମହଲରେ ରାଣୀଙ୍କ ଦେହାନ୍ତ ହୋଇଛି । ରାଣୀଙ୍କ ମୃତ୍ୟୁ ଖବର ପାଇ ଜୟପୁର ରାଜପ୍ରସାଦରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମାଗମ ହେବାରେ ଲାଗିଛି ।

ରମା କୁମାରୀ ହେଉଛନ୍ତି ଜୟପୁର ରାଜ ପ୍ରସାଦର ଶେଷ ରାଜା ରାମକୃଷ୍ଣ ଦେଓଙ୍କ ପତ୍ନୀ । ମହାରାଜ ରାମକୃଷ୍ଣ ଦେଓ ହେଉଛନ୍ତି ମହାରାଜ ବିକ୍ରମ ଦେବ ବର୍ମାଙ୍କ ପୌଷ୍ୟ ପୁତ୍ର । ତେବେ ରାମକୃଷ୍ଣ ଦେଓ ମାତ୍ର ଦୁଇଦିନ ପାଇଁ ଜୟପୁରରର ରାଜାପଦରେ ଅଭିଷିକ୍ତ ଥିଲେ । ରାଣୀ ରମା କୁମାରୀଙ୍କ ମୃତଦେହ ନିକଟରେ ତାଙ୍କ ସାନ ବୋହୂ ସାରିକା ଦେବୀ ଓ ନାତି ଚନ୍ଦ୍ରଚୂଡ଼ ଉପସ୍ଥିତ ଅଛନ୍ତି ।

Leave A Reply

Your email address will not be published.