ଭୁବନେଶ୍ବର: ଲଘୁଚାପ ଭୟ ଟଳିଲା । ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନାହିଁ । ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ମଧ୍ୟ ଜାରି ରହିଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଜାରି ହୋଇଛି ୱାର୍ଣ୍ଣିଂ । ଆସନ୍ତାକାଲି ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ।
ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ୧୮ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ । ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିବ । ଅନ୍ୟପଟେ ରାଜ୍ୟର ତାପାମତ୍ରାରେ ବିଶେଷ ପରିବର୍ତ୍ତନ ହୋଇ ନାହିଁ । ଉତ୍ତର ଉପକୂଳ ଓଡ଼ିଶାରେ ସର୍ବାଧିକ ତାପମାତ୍ରାରେ ୨ ଡିଗ୍ରୀ ହ୍ରାସ ପାଇଛି ।