୨୧ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର

0

ଭୁବନେଶ୍ୱର(ଆମ ଟିଭି): ତତଲା ତାୱାରେ ସିଝୁଛି ସାରା ଓଡ଼ିଶା । ଅସହ୍ୟ ଗରମ ଗୁଳୁଗୁଳିରେ ଆଉଟୁ ପାଉଟୁ ସାରା ରାଜ୍ୟବାସୀ । ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଖରାର ପ୍ରକୋପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଛି । ଦିନର ତାପମାତ୍ରା ଯେତିକି ରହୁଛି ତାଠାରୁ ୬ରୁ ୭ଡିଗ୍ରୀ ତାପମାତ୍ରା ଅଧିକ ଅନୂଭୂତ ହେଉଛି ।

ଆସନ୍ତା ୨୧ତାରିଖ ପର୍ୟ୍ୟନ୍ତ ତାତିରୁ ନିସ୍ତାର ମିଳିବନି। ଆସନ୍ତା କାଲି ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡିଶାର ୮ଜିଲ୍ଲାକୁ ହିଟଓ୍ବେଭ ୱାର୍ଣ୍ଣିଂ ଦିଆଯାଇଛି। ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଉପକୂଳ ଓଡିଶାରେ ତାପମାତ୍ରା ସହ ଉଚ୍ଚ ଆର୍ଦ୍ରତା ଯୋଗୁଁ ପ୍ରବଳ ଗୁଳୁଗୁଳି ହେଉଛି । ପିକ ଆୱାରରେ ଘରୁ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ୨୧ତାରିଖ ପରେ ତାପମାତ୍ରାରେ ପରିବର୍ତ୍ତନ ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ୨୨ରୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.