ଅସହ୍ୟ ତାତିରେ ଜଳୁଛି ଓଡ଼ିଶା; ସକାଳ ସାଢ଼େ ୮ ସୁଦ୍ଧା ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ପାର୍

0

ଭୁବନେଶ୍ୱର (ଆମ ଟିଭି): ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକାଳ ସାଢ଼େ ୮ଟା ସୁଦ୍ଧା ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଅତିକ୍ରମ କରିଛି ।

୩୫.୮ ଡିଗ୍ରୀ ସହ ତାଳଚେର ସବୁଠୁ ଉତପ୍ତ ସହର ପାଲଟିଛି । ଅନୁଗୁଳ ଓ ବାଲେଶ୍ୱରରେ ୩୫ ଡିଗ୍ରୀ, ଜଗତସିଂହପୁରରେ ୩୪.୮, ଭବାନୀପାଟଣା, ନୟାଗଡ଼ ଓ ବାରିପଦାରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Leave A Reply

Your email address will not be published.