ପୁଣି ବର୍ଷାରେ ଭିଜିବ ଓଡ଼ିଶା

0

ଭୁବନେଶ୍ୱର(ଆମ ଟିଭି): ଲଘୁଚାପ ବର୍ଷାରେ ଭିଜିବ ପୂଜା ବଜାର । ଉତ୍ତର ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ । ୨ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧ରୁ ୫ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ।

୧ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୁରଭଂଜରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ୨ ତାରିଖରେ ଉପକୂଳ ଓଡ଼ିଶା ଓ ୩ରେ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ । ୨ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ।

Leave A Reply

Your email address will not be published.