ଲଘୁଚାପ ପ୍ରଭାବରେ ୨୧ରୁ ଭିଜିବ ଓଡ଼ିଶା

0

ଭୁବନେଶ୍ୱର : ପାଣିପାଗ ବିଭାଗ ସୂଚନା ଅନୁସାରେ, ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨୧ ତାରିଖ ବେଳକୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପନେବ। ଏହାସହ ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.