ରାଷ୍ଟ୍ରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଘଟଣା : ସୋନିଆଙ୍କ ନାମରେ ମୁଜାଫରପୁର କୋର୍ଟରେ ମାମଲା ରୁଜୁ

0

ନୂଆଦିଲ୍ଲୀ (ଆମ ଟିଭି):  ରାଷ୍ଟ୍ରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଘଟଣା  ।  ସୋନିଆ, ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ। ବଜେଟ୍‌ ଅଧିବେଶନର ପ୍ରଥମ ଦିବସରେ ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ  ରାଷ୍ଟ୍ରପତିଙ୍କୁ ପୁଅର ଲେଡି ବୋଲି କହିବା ମନ୍ତବ୍ୟକୁ ନେଇ ରାଜନୀତି ସରଗରମ ରହିଛି ।

ଏହି ମାମଲାରେ  ସୋନିଆ ଗାନ୍ଧୀଙ୍କ ବିରୋଧରେ ମୁଜାଫରପୁର କୋର୍ଟରେ ମାମଲା ରୁଜୁ ହୋଇଛି । ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦକୁ ଅସମ୍ମାନ କରିଥିବା ଅଭିଯୋଗରେ ସୋନିଆଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ସ୍ଥାନୀୟ ଆଇନଜୀବୀ ସୁଧୀର ଓଝା ଶନିବାର  କୋର୍ଟରେ ଅଭିଯୋଗ ଦାଖଲ କରିଛନ୍ତି  ।

ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସହ-ଅଭିଯୁକ୍ତ ଭାବେ ଘୋଷଣା କରିବା ସହ ସେମାନଙ୍କ ବିରୋଧରେ ମଧ୍ୟ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଓଝା ଦାବି କରିଛନ୍ତି । ବଜେଟ୍ ଅଧିବେଶନ ପୂର୍ବରୁ ସଂସଦରେ ରାଷ୍ଟ୍ରପତି ମୁର୍ମୁଙ୍କ ମିଳିତ ଅଭିଭାଷଣ ପରେ ଏହି ବିବାଦ ଉପୁଜିଥିଲା। ଯେତେବେଳେ  ସାମ୍ବାଦିକମାନେ ସୋନିଆ ଗାନ୍ଧୀଙ୍କୁ ରାଷ୍ଟ୍ରପତିଙ୍କ ଭାଷଣ ବିଷୟରେ ପଚାରିଥିଲେ, ସେ କହିଥିଲେ- ‘ଶେଷ ବେଳକୁ ରାଷ୍ଟ୍ରପତି ବହୁତ ଥକି ଯାଉଥିଲେ। ସେ କହିପାରୁନଥିଲେ, ବିଚାରୀ ମହିଳା ।’

ଭିଡିଓରେ ରାହୁଲ ଗାନ୍ଧୀ ରାଷ୍ଟ୍ରପତିଙ୍କ ଭାଷଣକୁ ବୋରିଂ ବୋଲି କହୁଥିବା ଶୁଣିବାକୁ ମିଳୁଛି ଏବଂ ଏହି ମତ ବିନିମୟ ସମୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଉପସ୍ଥିତ ଥିଲେ। ଏହି ଘଟଣା ପରେ ରାଷ୍ଟ୍ରପତି ଭବନ ଏହି ମନ୍ତବ୍ୟକୁ ନିନ୍ଦା କରିବା ସହ ଏହାକୁ ଗ୍ରହଣୀୟ ନୁହେଁ ବୋଲି କହିବା ସହ ରାଷ୍ଟ୍ରପତି ମୁର୍ମୁ ଭାଷଣ ସମୟରେ ଥକି ନଥିବା କହିଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ରାଷ୍ଟ୍ରପତି ପଦର ମର୍ଯ୍ୟାଦା  କ୍ଷୁଣ୍ଣ କରୁଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ।

Leave A Reply

Your email address will not be published.