ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ହେବ ଶେଷକୃତ୍ୟ

0

ଭୁବନେଶ୍ୱର,୨୦।୭: ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ହେବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ପରିବେଶର ସୁରକ୍ଷା ପାଇଁ ତାଙ୍କର ଅବଦାନ ସ୍ମରଣୀୟ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି।

ଶନିବାର କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ କମଳା ପୂଜାରୀଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଗତ ୧୮ ତାରିଖରୁ ଏସ୍‌ସିବିରେ ଚିକିତ୍ସିତ ହେଉଥିଲେ। କିଡ଼ନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ତେବେ ଆଜି ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Leave A Reply

Your email address will not be published.