ତାତିରୁ ମିଳିଲା ନିସ୍ତାର: କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର( ଆମ ଟିଭି): ତାତିରୁ ମିଳଲା ନିସ୍ତାର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରୀୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାରୁ ବଙ୍ଗୋପସାଗରରେ ଆସିଥିବା ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ ।

ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ପାଇଁ ବିପଦ ଆଣିପାରେ ବର୍ଷା । ଆଜି ସକାଳଠାରୁ ଆସନ୍ତାକାଲି ସକାଳ ପର୍ୟ୍ୟନ୍ତ ଏହି ତିନି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ପରିମାଣର ବର୍ଷା ହୋଇପାରେ । ଆଜି ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ବରଗଡ଼, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.