ଲିଙ୍ଗରାଜଙ୍କ ବେଢ଼ାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି ଭକ୍ତ ଦାସ

0

ଭୁବନେଶ୍ବର (ଆମ ଟିଭି): ଲିଙ୍ଗରାଜଙ୍କ ବେଢ଼ାରେ ଫଟୋ ଉଠାଇ ଅଡୁଆ ପିସିସି ସଭାପତି ଭକ୍ତ ଦାସ। ଗତକାଲି ଭକ୍ତ ଦାସ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଯାଇଥିଲେ। ଦର୍ଶନ ସାରି ଫେରିବା ସମୟରେ ମନ୍ଦିର ବେଢ଼ାରେ କିଛି ସମର୍ଥକଙ୍କ ଗହଣରେ ଫଟୋ ଉଠାଇଥିଲେ । ଉକ୍ତ ଫଟୋ ସାମାଜିକ ଗଣମାଧ୍ୟମରେ ପୋଷ୍ଟ ହେବା ପରେ ଏହାକୁ ନେଇ ଅଡୁଆରେ ପଡ଼ିଛନ୍ତି ଭକ୍ତ ଦାସ।

ମନ୍ଦିର ଓ ପୋଲିସ ପ୍ରଶାସନର କୋହଳ ନୀତି ଯୋଗୁଁ ମନ୍ଦିରକୁ ମୋବାଇଲ, କ୍ୟାମେରା ଅବାଧରେ ଯାଉଥିବାର ଅଭିଯୋଗ ହୋଇଛି। ମନ୍ଦିରରେ ଫଟୋ ଉଠାଇବା ସମୟରେ ପୁଲିସ କିମ୍ବା ମନ୍ଦିର କର୍ମଚାରୀ କେହି ବାରଣ କରୁ ନାହାନ୍ତି। ଅତୀତରେ ବଲିଉଡ଼ ଅଭିନେତ୍ରୀ ଶିଳ୍ପା ସେଠୀ ମନ୍ଦିର ବେଢ଼ାରେ ସେବାୟତଙ୍କ ସହ ଫଟୋ ଉଠାଇବାକୁ ନେଇ ମନ୍ଦିର ପ୍ରଶାସନ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା । ଏବେ ପୁଣି ଲିଙ୍ଗରାଜଙ୍କ ବେଢ଼ାରେ ଫଠୋ ଉଠାଇଛନ୍ତି ପିସିସି ସଭାପତି।

Leave A Reply

Your email address will not be published.