ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟ ନନ୍ଦଙ୍କ ପାର୍ଥିବ ଶରୀର

0

ଭୁବନେଶ୍ୱର (ଆମ ଟିଭି): ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିକ ଶରୀର । ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କର ମରଶରୀର ଆଜି ରାତିରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ବିମାନବନ୍ଦରରେ ପହଞ୍ଚିଲା ପରେ ପିଣ୍ଟୁ ନନ୍ଦଙ୍କର ମରଶରୀରକୁ ଆମ୍ବୁଲାନ୍ସରେ ନେଇ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଛି। ଡାକ୍ତରଖାନାରେ ପିଣ୍ଟୁ ନନ୍ଦଙ୍କ ମରଶରୀର ରାତିସାରା ରହିବ। ଆସନ୍ତାକାଲି ସ୍ବର୍ଗତ ପିଣ୍ଟୁ ନନ୍ଦଙ୍କର ମରଶରୀର ପୁରୀ ସ୍ବର୍ଗଦ୍ବାରରେ ଅନ୍ତିମ ସତ୍କାର କରାଯିବ। ପିଣ୍ଟୁ ନନ୍ଦଙ୍କର ଜଣେ ସଂପର୍କୀୟଙ୍କ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବିମାନବନ୍ଦରରେ ପିଣ୍ଟୁ ନନ୍ଦଙ୍କର ମରଶରୀର ପହଞ୍ଚିଲା ପରେ ଓଡ଼ିଆ ସିନେ କଳାକାର ତଥା ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ବ୍ୟକ୍ତି ବିଶେଷ ବିମାନବନ୍ଦରରେ ପହଞ୍ଚି ଥିଲେ।

ସୂଚନାଯୋଗ୍ୟ, ଗତକାଲି ରାତି ପ୍ରାୟ ସାଢ଼େ ୧୧ଟାରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ପିଣ୍ଟୁ ନନ୍ଦଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ନିକଟରେ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିୟାରି ସାଇନ୍ସ (ଆଇଏଲବିଏସ)ରୁ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ପିଣ୍ଟୁଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଯଶୋଦା ହସ୍ପିଟାଲ୍ ଡାକ୍ତରମାନେ ତାଙ୍କୁ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ (କାଡେଭର) କରିବାକୁ ପରାମର୍ଶ ଦେଇଥିଲେ। ପୂର୍ବରୁ ପିଣ୍ଟୁ ନନ୍ଦଙ୍କୁ ଡୋନର ନମିଳିବାରୁ ନୂଆଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା। ପରିବାରର ଜଣେ ସଦସ୍ୟ ଲିଭର ଦାନ କରିବାର ଥିଲା। କିନ୍ତୁ ଠିକ ସମୟରେ ବ୍ଲଡ୍ ଗ୍ରୁପ୍ ଅସଙ୍ଗତି ଏବଂ ଅନ୍ୟାନ୍ୟ କାରଣରୁ ତାହା ସମ୍ଭବ ହୋଇପାରିନଥିଲା।

Leave A Reply

Your email address will not be published.