ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ରୁ ଏକ ବଡ଼ ଖବର ଆସି ପହଞ୍ଚିଛି । ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିସେମ୍ବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି । ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିବା ବେଳେ ପୂରା କାର୍ଯ୍ୟସୂଚୀ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ତେବେ ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ନେଇ ସୂଚନା ମିଳିଛି । ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସୂଚନା ଦେଇଛନ୍ତି
ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ଖବର ସାମ୍ନାକୁ ଆସିବା ପରେ ଏହାର ରାଜନୈତିକ ଗୁରୁତ୍ୱ ଯଥେଷ୍ଟ ଅଧିକ ବଢିଯାଇଛି । କାରଣ ପଶ୍ଚିମ ଓଡ଼ିଶା ବିଜେପିର ଗଡ ଭାବେ ପରିଚିତ । ଗତ ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ଅଧିକ ସଂଖ୍ୟକ ବିଜେପି ସାଂସଦ ନିର୍ବାଚିତ ହୋଇଥିଲେ ।