ହାତର ହାତ ଧରିଲେ ପ୍ରବୋଧ ତିର୍କି
ଭୁବନେଶ୍ୱର: ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି। କଂଗ୍ରେସ ଭବନରେ ମିଶ୍ରଣ ପର୍ବରେ ଆଜି ଯୋଗ ଦେଇଛନ୍ତି । ପ୍ରବୋଧଙ୍କ ସହ ଏକାମ୍ର ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ପ୍ରସନ୍ନ କୁମାର ଚଂପତି ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି | ଏହି ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲା କୁମାର, ବିଧାୟକ ସୁରେଶ ରାଉତରାୟ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ |
ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ଯେ ‘ଘରେ ଘରେ କଂଗ୍ରେସ , ଘରେ ଘରେ ହାତ’ ନାମରେ ସେପ୍ଟେମ୍ବର ୨୫ ରୁ ଅକଟୋବର ୧୫ ଯାଏ ଅଭିଯାନ ଚାଲିବ । ପିସିସି ସଭାପତି କହିଛନ୍ତି ଯେ ପଦଯାତ୍ରା କରି ଲୋକଙ୍କ ପାଖରେ କଂଗ୍ରେସ ପହଞ୍ଚିବ |