ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ

0

ଓଡ଼ିଶା ବିଧାନସଭାକୁ ମିଳିଲା ପ୍ରଥମ ମହିଳା ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକା। ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛିା

ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ ଯାହାକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ ଜଣାଇଥିଲୋ

ଗତକାଲି ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନ ଦାଖଲ ପୂର୍ବରୁ ସେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ।

ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ।

Leave A Reply

Your email address will not be published.