କ୍ଷମା ମାଗିଲା ପ୍ରତାଞ୍ଜଳି

0

ସୁପ୍ରିମକୋର୍ଟଙ୍କ ନୋଟିସ୍ ପରେ କ୍ଷମା ମାଗିଲା ପତଞ୍ଜଳି। ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ତଥା ଯୋଗ ଗୁରୁ ରାମଦେବଙ୍କ ସହଯୋଗୀ ଆଚାର୍ଯ୍ୟ ବାଳକୃଷ୍ଣ କମ୍ପାନୀ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। କମ୍ପାନୀ ବିଭ୍ରାନ୍ତିକର ବିଜ୍ଞାପନ ଦେଉଥିବା ନେଇ ଗତକାଲି ସୁପ୍ରିମକୋର୍ଟ ପତଞ୍ଜଳିକୁ ନୋଟିସ୍ ପଠାଇଥିଲେ।

ଆଜି ପତଞ୍ଜଳି ପକ୍ଷରୁ ଏନେଇ କୋର୍ଟରେ ଏକ ଆଫିଡେଭିଟ୍ ଦାଖଲ କରାଯାଇଛି। ଆଫିଡେଭିଟ୍‌ରେ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ବାଳକୃଷ୍ଣ କହିଛନ୍ତି ଯେ, ଆଇନ ଶୃଙ୍ଖଳା ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଛି। ଭବିଷ୍ୟତରେ ଏଭଳି ବିଜ୍ଞାପନ ପ୍ରକାଶ ନ କରିବା ପାଇଁ କମ୍ପାନୀ ପ୍ରତିଶୃତି ଦେଉଛି।

 

 

ସେ ଆହୁରି କହିଛନ୍ତି, କମ୍ପାନୀର ଉଦ୍ଦେଶ୍ୟ ହେଉଛି ପତଞ୍ଜଳିର ଉତ୍ପାଦ ବ୍ୟବହାର କରି ଲୋକମାନଙ୍କୁ ସୁସ୍ଥ ଜୀବନଯାପନ ପ୍ରତି ଉତ୍ସାହିତ କରିବା। ପୁରଣା ଶିକ୍ଷା ପଦ୍ଧତି ଏବଂ ସାମଗ୍ରୀ ବ୍ୟବହାର ତଥା ଆୟୁର୍ବେଦିକ ଅନୁସନ୍ଧାନରେ ପ୍ରସ୍ତୁତ ସାମଗ୍ରୀର ବ୍ୟବହରକୁ ଗୁରୁତ୍ୱ ଦେବା କମ୍ପାନୀର ଲକ୍ଷ୍ୟ ବୋଲି ସେ କହିଛନ୍ତି।

ପ୍ରକାଶ ଥାଉ କି, ପତଞ୍ଜଳି ନିଜର ସାମଗ୍ରୀ ଉପରେ ବିଭ୍ରାନ୍ତିକର ବିଜ୍ଞାପନ ଛାପିବାକୁ ନେଇ ଗତକାଲି ସୁପ୍ରିମକୋର୍ଟ ଏକ ଅବମାନନା ନୋଟିସ୍ ପଠାଇଥିଲେ। ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଏହସାନଉଦ୍ଦିନ ଅମାନଉଲ୍ଲାଙ୍କ ବେଞ୍ଚ ଏ ଉପରେ ବିଚାର କରି ବାଳକୃଷ୍ଣ ଏବଂ ରାମଦେବଙ୍କୁ ଏପ୍ରିଲ ୨ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.