ଅମରଙ୍କୁ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା, କହୁକହୁ କହିଦେଲେ ଗ୍ରହଣ କରିବେ

0

ଭୁବନେଶ୍ୱର,୧୪।୧୦: ଅମର ଶତପଥୀଙ୍କୁ ନେଇ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର ନାଁ ତଳକୁ ତଳକୁ ଯାଉଛି, ତାଙ୍କର ସେହି ଅବସ୍ଥା ବୋଲି ଅମର କହିଛନ୍ତି। ସେ ଆହୁରି କହିଛନ୍ତି, ସେ ଦଳରେ ଗଣତନ୍ତ୍ର ନାହିଁ, ବିଜେଡିରୁ ପ୍ରତିଷ୍ଠାତା ସଦସ୍ୟ ଯାଇ ସାରିଲେଣି।ସେ ଦଳରେ ମେରୀ ରାୟ ଶାସନ ଚାଲିଛି, ଏମିତିରେ ଦଳରେ ତିଷ୍ଠିବା ମୁସ୍କିଲ ବୋଲି ପ୍ରତାପ କହିଛନ୍ତି।

ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି।

ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି ଲେନିନ। ସେ କହିଛନ୍ତି, ଅମର ଦଳ ଛାଡ଼ି ପଳାନ୍ତୁ। ଯାହାଙ୍କୁ ଦଳରେ ଅଣନିଃଶ୍ବାସୀ ଲାଗୁଛି, ସେ ଛାଡ଼ି ପଳାଇଲେ ଭଲହୁଅନ୍ତା ବୋଲି ଲେନିନ କହିଛନ୍ତି।

ସେ ତ ନିଜ ପୁତୁରାଙ୍କୁ ଆଗରୁ ଭାଜପାକୁ ଛାଡ଼ିଛନ୍ତି, ଏବେ ନିଜେ ପଳାନ୍ତୁ। ଦଳ ତାଙ୍କୁ ୬ ଥର ବିଧାୟକ କରିଛି, ବିଭିନ୍ନ ପଦ ପଦବୀ ଦେଇଛି। ତା’ ପରେ ଯଦି ତାଙ୍କୁ ଅଣନିଃଶ୍ବାସୀ ଲାଗୁଛି, ସେ ଦଳ ଛାଡ଼ି ପଳାଇଲେ ଭଲ ହେବ ବୋଲି ଲେନିନ କହିବା ପରେ ଦଳରେ ହଲଚଲ ସୃଷ୍ଟି ହୋଇଛି। ସେ ଚାଲିଗଲେ ଦଳର ପଇସାଟିଏର କ୍ଷତି ହେବ ନାହିଁ। ଯେଉଁମାନେ ଦଳରୁ ଡେଇଁଛନ୍ତି, ସେମାନେ ଭାଜପା ସମ୍ପର୍କରେ ଥିଲେ। ସେ ଭାଜପାକୁ ଯାଉନାହାନ୍ତି, କି ଭାଜପା ମଧ୍ୟ ତାଙ୍କୁ ପ୍ରଧାନମନ୍ତ୍ରୀ କରିଦେବନି। ଯେଉଁମାନେ ଦଳ ଛାଡ଼ି ଭାଜପାକୁ ଯାଇଛନ୍ତି ସେମାନେ ସେଠି କ’ଣ ପାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେନିନ। ଯେଉଁମାନେ ଯିବାକୁ ଚାହୁଁଛନ୍ତି ସେମାନେ ଯାଆନ୍ତୁ, ବିଜେଡି ଆହୁରି ସୁଦୃଢ଼ ହେବ ବୋଲି କହିଛନ୍ତି ଲେନିନ।

ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।

ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ ନାହିଁ। ମୁଁ ଏବେ ସ୍ବାଧୀନ। ସଭ୍ୟ ସଂଗ୍ରହ ଅଭିଯାନରେ ମୁଁ ମୋ’ ସଭ୍ୟପଦ ନବୀକରଣ ବି କରିନି। କିଛି ଦିନ ହେଲା ମୁଁ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି। ଲେନିନ୍‌ଙ୍କ ଅପରିପକ୍ବତା ପ୍ରତି ମୋର ଦୟା ଆସୁଛି। ମୋ ପୁତୁରା କେହି ଭାଜପାକୁ ଯାଇନାହାନ୍ତି, ସେ ନାଁ କହିଲେ ଭଲ ହେବ। ଭାଜପା ସହ ଅନେକ ଦଳ ଏବେ ବି ମୋ’ ସହ ଯୋଗାଯୋଗରେ ଅଛନ୍ତି। କିନ୍ତୁ ମୁଁ ଏବେ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି।’

Leave A Reply

Your email address will not be published.