ବାହୁଡା ଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି ,ଆଜ୍ଞାମାଳ ବିଜେ ପରେ ଦକ୍ଷିଣ ମୋଡ ନେଲା ତିନି ରଥ ।

0

ହେରାପଞ୍ଚମୀ ନୀତି ପରେ ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା ପ୍ରସ୍ତୁତି । ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥର ଦକ୍ଷିଣ ମୋଡ଼। ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ଆସିବା ପରେ ୩ ରଖର ଦକ୍ଷିଣ ମୋଡ଼ କରାଯାଉଛି । ସେବାୟତ ଓ ପୁଲିସ କର୍ମଚାରୀଙ୍କ ସହାୟତାରେ ରଥ ତିନୋଟିକୁ ଦକ୍ଷିଣ ମୋଡ଼ କରିବା ପ୍ରକ୍ରିୟା ଆରମ୍ଭ ହୋଇଥି ।

ଏଥିପାଇଁ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିକୁ ସଫାସୁତୁରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ପ୍ରସ୍ତୂତି କରାଯାଇଛି। ପରମ୍ପରା ଅନୁଯାୟୀ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥକୁ ଦକ୍ଷିଣମୋଡ଼ କରାଯିବ। ଏହାପରେ ବଡ଼ ଠାକୁରଙ୍କ ତାଳଧ୍ବଜ ଓ ନନ୍ଦିଘୋଷକୁ ମଧ୍ୟ ଦକ୍ଷିଣ ମୋଡ଼ କରାଯିବ।

Leave A Reply

Your email address will not be published.