କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ବର ଜଲ୍ଲା ବାହାନଗା ନିକଟରେ ସାଲିମାର – ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହିତ ବିପରୀତ ଦିଗରୁ ଆସୁଥିବା ବାଙ୍ଗାଲୋର – ହାୱାଡା ଏକ୍ସପ୍ରେସ ମୁହାଁମୁହିଁ ଧକ୍କାରୁ ଭୟଙ୍କର ଦୁର୍ଘଟଣା ଘଟିଛି। ଉକ୍ତ ଘଟଣା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ଟୁଇଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆରୋଗ୍ୟ କାମନା କରଛନ୍ତ।
,
ତେବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଘଟଣା ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଆହତଙ୍କୁ ଯଥାସମ୍ଭବ ସହାୟତା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।