ଭୁବନେଶ୍ୱର (ଆମ ଟିଭି): ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ପରେ ସେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପୁରୀ ଯିବେ । ପୁରୀର ତାଳବଣିଆ ହେଲିପ୍ୟାଡରେ ପହଞ୍ଚି ଶ୍ରୀମନ୍ଦିର ଅଭିମୁଖେ ଯିବେ । ବିଶେଷ କରି ରା୍େଟ୍ରପତିଙ୍କୁ ସୁରକ୍ଷା ପାଇଁ ସବୁଠି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ତେଣୁ ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି ।
ସେପଟେ ପୁରୀରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ସିଧାସଳଖ ଶ୍ରୀମନ୍ଦିରକୁ ଯିବେ । ସେଠାରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ତା ପରେ ପୁରୀ ରାଜଭବନକୁ ଯିବେ । ସେଠାରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ପରେ ସେ ଭୁବନେଶ୍ୱର ଫେରିବେ ।