ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର(ଆମ ଟିଭି): ପୁଣି ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦ୍ବୀପରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେବେ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିଥିଲେ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ୍ ମହାନିର୍ଦେଶକ ସୁନିଲ ବଂଶଲ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ। ଏହାସହ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଦ୍ୟରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯାଇଥିଲା।

Leave A Reply

Your email address will not be published.