ମୋଦୀଙ୍କୁ ଫୋନ କଲେ ବ୍ରାଜିଲ ରାଷ୍ଟ୍ରପତି

0

ନୂଆଦିଲ୍ଲୀ : ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡି ସିଲଭା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ଲୁଇଜ ଇନାସିଓ ପଶ୍ଚିମ ଏସିଆର ପରିସ୍ଥିତି ଏବଂ ସେଠାରେ ଆତଙ୍କବାଦ, ହିଂସା ଏବଂ ଜନଜୀବନ ହାନି ଉପରେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ, ବ୍ରାଜିଲ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରିଛନ୍ତି। ସେ ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି ଏବଂ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ଠୋସ ଉଦ୍ୟମକୁ ଆହ୍ବାନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ବ୍ରାଜିଲର ଅଧ୍ୟକ୍ଷତାରେ ଜି -୨୦ର ସଫଳତା ପାଇଁ ଭାରତର ପୂର୍ଣ୍ଣ ସମର୍ଥନର ପ୍ରତିଶ୍ରୁତି ଦେଇଛନ୍ତି।

Leave A Reply

Your email address will not be published.