ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।
ରାଷ୍ଟ୍ରପତି ଅପରାହ୍ନ ୩.୦୦ ଟାରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।
ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ଗୁରୁବାର ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍ଘାଟିତ ହୋଇଯାଇଛି । ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦ୍ଘାଟନ କରିଛନ୍ତି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।
ରାଷ୍ଟ୍ରପତି ଅପରାହ୍ନ ୩.୦୦ ଟାରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।
ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ଗୁରୁବାର ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍ଘାଟିତ ହୋଇଯାଇଛି । ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦ୍ଘାଟନ କରିଛନ୍ତି ।