୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କଣ ରହିଛି କାର୍ଯ୍ୟସୂଚୀ

0

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି। ଆସନ୍ତା ଅଗଷ୍ଟ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରଠାରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ ଏହି ଓଡ଼ିଶା ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ପ୍ରାରମ୍ଭିକ ଖସଡ଼ା କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇ ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯାଇଛି।

ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଛି। ରାଷ୍ଟ୍ରପତି ଆସିବା ପୂର୍ବରୁ ସମସ୍ତ ପ୍ରକାର ପ୍ରସ୍ତୁତି ସମ୍ପୂର୍ଣ୍ଣ କରି ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.