ଭୁବନେଶ୍ୱର (ଆମ ଟିଭି): ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଆସିବେ ମୋଦୀ । ୪ ଲକ୍ଷ କର୍ମୀ ଓ ଜନତାଙ୍କୁ ନେଇ ହେବ ମୋଦୀଙ୍କ ସଭା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି କେନ୍ଦ୍ରାପଡ଼ା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ ।
ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତାଙ୍କୁ ସମ୍ବୋଧନ କରି ଏକଥା କହିଛନ୍ତି ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ।