୭୪ବର୍ଷରେ ପଦାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ; ଛୁଟୁଛି ଶୁଭେଚ୍ଛାର ସୁଅ

0

ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ୭୪ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୁଟିଛି ଶୁଭେଚ୍ଛାର ସୁଅ। ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଗୁଜରାଟର ଭେଡନଗରରେ ଜନ୍ମଗ୍ରହଣ କରିଥିଲେ ମୋଦୀ। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ନେହେରୁଙ୍କ ସମକ୍ଷକ ହୋଇପାରିଛନ୍ତି।

ଜନ୍ମଦିନ ଅବସରରେ ଭୁବନେଶ୍ୱରର ଆସୁଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି ମୋଦୀ। ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ପ୍ରଥମ କିସ୍ତି ବାଣ୍ଟିବେ। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

Leave A Reply

Your email address will not be published.