ରାଜଧାନୀର ପାଣ୍ଡରାଠାରେ ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷି ଓ କିସାନ ସଶକ୍ତିକରଣ ବିଭାଗର ୨୬ଟି ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ସେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କରିଛନ୍ତି। ‘ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା’ ଅଧୀନରେ ରାଜ୍ୟ ପାଇଁ ଏକ ସମନ୍ୱିତ ଆକ୍ଵା ପାର୍କ ଏବଂ ଏକ ପାଇକାରୀ ମାଛ ବଜାରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମାରୋହରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଯୋଗ ଦେଇଛନ୍ତି। ଏହି ଅବସରରେ ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା’ ଓ ‘ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନ’ର ଶୁଭାରମ୍ଭ ବି କରିଛନ୍ତି।