ଆଜି ଇଣ୍ଡୋନେସିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ନୂଆଦିଲ୍ଲୀ (ଆମ ଟିଭି): ଗୋଟେପଟେ ଦିଲ୍ଲୀରେ ଜି-୨୦ ବୈଠକ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଆଜିଠୁ ଇଣ୍ଡୋନେସିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଜୋକୋ ୱିଡୋଡୋଙ୍କ ନିମନ୍ତ୍ରଣ କ୍ରମେ ସେ ଏହି ଯାତ୍ରା କରୁଛନ୍ତି।

ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଏସିଆନର ବର୍ତ୍ତମାନର ଅଧ୍ୟକ୍ଷ ଭାବରେ ଇଣ୍ଡୋନେସିଆ ଦ୍ଵାରା ଆୟୋଜନ କରାଯାଉଥିବା ୨୦ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଯୋଗ ଦେବେ। ୨୦୨୨ରେ ଭାରତ-ଏସିଆନ୍ ସମ୍ପର୍କକୁ ଏକ ବ୍ୟାପକ ରଣନୈତିକ ଭାଗିଦାରୀରେ ପରିଣତ କରାଯିବା ପରେ ଆଗାମୀ ଏସିଆନ୍-ଭାରତ ଶିଖର ସମ୍ମିଳନୀ ହେଉଛି ପ୍ରଥମ ଶିଖର ସମ୍ମିଳନୀ।

Leave A Reply

Your email address will not be published.