ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ “ସେବା ପର୍ବ” କାର୍ଯ୍ୟକ୍ରମରେ ଯୋଗଦେବା ସହିତ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ୨୭ ତାରିଖ ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁରଠାରେ ପହଞ୍ଚିବେ ।