ଭୁବନେଶ୍ୱର (ଆମ ଟିଭି): ଗାଁ ଗହଳିରେ ବସ୍ ସେବା ପହଞ୍ଚାଇବା ପାଇଁ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି । ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଆସନ୍ତାକାଲି ଧର୍ମଘଟ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ । ସରକାର ଦାବି ପୂରଣ ନକରିବା ଯାଏ ରାଜ୍ୟରେ ଅନିର୍ଦ୍ଦିଷ୍ଟକାଳ ପାଇଁ ବସ ଗଡିବ ନାହିଁ ବୋଲି ସଂଘ ନିଷ୍ପତି ନେଇଛି । ରବିବାର ଅଲ ଓଡିଶା ଘରୋଇ ବସ ମାଲିକ ସଂଘର ସାଧାରଣ ପରିଷଦ ବୈଠକ ପରେ ଏହି ଘୋଷଣା ହୋଇଛି । ସରକାର ଆଲୋଚନାକୁ ଡାକିଲେ ନାହିଁ କି ଉଠାଯାଇଥିବା ଦାବି ମାନିଲେ ନାହିଁ ବୋଲି ସଂଘ ଅଭିଯୋଗ କରିଛି । ତେଣୁ ଦାବି ପୂରଣ ନ ହେବା ଯାଏଁ ଘରୋଇ ବସ ଚଳାଚଳ ବନ୍ଦ ରଖିବାକୁ ଘୋଷଣା କରିଛି ଘରୋଇ ବସ ମାଲି ସଂଘ ।
ବସ ମାଲିକଙ୍କ ଦାବି ହେଉଛି, ନୂଆ ବସ ଅଣାନଯାଇ ଘରୋଇ ବସକୁ ‘ଲକ୍ଷ୍ମୀ’ ଯୋଜନାରେ ଲିଜରେ ନେଇ ସରକାର ଚଳାନ୍ତୁ । ‘ଲକ୍ଷ୍ମୀ’ ବସ ଚାଲିବାକୁ ଥିବା ଅଞ୍ଚଳରେ ସମୟ ନିର୍ଘଣ୍ଟ ସ୍ଥିର ହେଉ । ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଗତ ୨ ତାରିଖରେ ଅବିଭକ୍ତ କୋରାପୁରଟରେ ୨୪ ଘଣ୍ଟା ପାଇଁ ଘରୋଇ ବସ ଚଳାଚଳ ବନ୍ଦ ରହିଥିଲା । ପରିବହନ କମିଶନର ବସ ମାଲିକଙ୍କ ସହ ଆଲୋଚନା ପରେ ବି ନିଷ୍କର୍ସ ବାହାରିନଥିଲା ।