ବିଜେଡିକୁ ଝଟକା, ଦଳ ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

0

ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଇସ୍ତଫାପତ୍ରରେ ସେ ତାଙ୍କ କ୍ଷୋଭ ପ୍ରକାଶ କରିଛନ୍ତି।ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି।

ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା।

ବିଜେଡିରୁ ଇସ୍ତଫା ଦେବା ପରେ ପ୍ରିୟଦର୍ଶୀ ମିଶ୍ର ଗଣମାଧ୍ୟମରେ କହିଛନ୍ତି, ମୁଁ ଛାତ୍ରାବସ୍ଥାରୁ ବିଜୁ ବାବୁଙ୍କ ସହିତ କାମ କରିଛି। ୩୦ ବର୍ଷରୁ ଅଧିକ ସମୟ ଧରି ମୁଁ ନିଷ୍ଠାର ସହିତ ଏହି ଦଳ ପାଇଁ କାମ କରିଛି। କିନ୍ତୁ ଦଳ ମୋତେ କ୍ରମାଗତ ଭାବେ ଅବହେଳା କରିଛି। ତା’ର ପ୍ରତିବାଦରେ ମୁଁ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି।

ସେ କହିଛନ୍ତି, ପୂର୍ବରୁ ମୁଁ ମୋର ଅଭିଯୋଗ ଦଳୀୟ ନେତୃତ୍ୱଙ୍କୁ ଜଣାଇ ଦେଇଥିଲି। ମୁଁ କହିଥିଲି- ପାର୍ଟିରେ ମୋର ବୋଧେ ଆଉ ସ୍ଥାନ ନାହିଁ। ମୋତେ ଦଳର କୌଣସି କାର୍ଯ୍ୟ କରିବାକୁ ସୁଯୋଗ ଦିଆଯାଉ ନାହିଁ। ଦୀର୍ଘ ବର୍ଷ ଧରି ଦଳର କୌଣସି କାର୍ଯ୍ୟକ୍ରମକୁ ଡକା ଯାଉନି। ତେଣୁ ମୁଁ ଆଉ ଦଳରେ ରହିବା କଥା ନୁହେଁ ବୋଲି ହୃଦ୍‌ବୋଧ କରୁଛି।

 

Leave A Reply

Your email address will not be published.