ଓଡ଼ିଶାର ରାଜ୍ୟପାଳ ହେବେ ରଘୁବର ଦାସ
ଭୁବନେଶ୍ୱର :ଆସିଲା ବଡ ଖବର । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇବେ ।
ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର । ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ରଘୁବର ଦାସ ।