ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ପୁଣି ସଶକ୍ତ ହେବ କଂଗ୍ରେସ । ସେଥିପାଇଁ ଓଡିଶା ଆସିବେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ । ଓଡିଶା ଆସିବାକୁ ନିୟନ୍ତ୍ରଣ କରିଛି ରାଜ୍ୟ କଂଗ୍ରେସ । ହେଲେ କେବେ ଆସିବେ, ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଏନେଇ ଖୁବ ଶୀଘ୍ର ସୂଚନା ଦିଆଯିବ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଆଗାମୀ କିଛି ଦିନ ମଧ୍ୟରେ ଓଡିଶା ଆସିବେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଓଡିଶା ଆସିବାକୁ ରାଜ୍ୟ କଂଗ୍ରେସ ପକ୍ଷରୁ ନିୟନ୍ତ୍ରଣ କରାଯାଇଛି । ଉଭୟ ନେତାଙ୍କ ସହ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ୍ ଖଡ୍ଗେ ମଧ୍ୟ ଓଡିଶା ଆସିବେ । ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାର ସୂଚନା ଦେଇଛନ୍ତି ।