ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ

0

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରବିବାର ୭୩ ବର୍ଷ ବୟସ ହୋଇଛି। ସେ ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟର ଭଡନଗର ସହରରେ ଜନ୍ମଗ୍ରହଣ କରିଥିଲେ।

ରାହୁଲ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ମଧ୍ୟ ଅନେକ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛି।

Leave A Reply

Your email address will not be published.