୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

0

ଭୁବନେଶ୍ୱର (ଆମ ଟିଭି): ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ଉପକୂଳ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ଆଶଙ୍କା ଅଛି ।

Leave A Reply

Your email address will not be published.