୨ ତାରିଖ ଯାଏ ଲାଗି ରହିବ ବର୍ଷା: ୫ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ

0

ଭୁବନେଶ୍ୱର (ଆମ ଟିଭି): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ କେତକ ଜିଲ୍ଲାରେ ୪ ତାରିଖ ଯାଏ ବର୍ଷା ଲାଗି ରହିବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଆଜି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ସୁନ୍ଦରଗଡ଼, ଝାରସୁଗୁଡା. ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.