ଆସନ୍ତା ୨୯ରୁ ପୁଣି ବଢିବ ବର୍ଷା

0

ଭୁବନେଶ୍ୱର (ଆମ ଟିଭି): କିଛି ଦିନର ବିରତି ପରେ ପୁଣି ଆରମ୍ଭ ହେବ ବର୍ଷା । ବର୍ଷାରେ ଭିଜିବ ସାରା ଓଡ଼ିଶା । ଆସନ୍ତା ୨୯ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପୂର୍ବାନୁମାନ ଅନୁସାରେ, ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ୨୯ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୧୧୦ମିମି ବର୍ଷା ଆଶଙ୍କା ଅଛି ।

ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୩୦ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

 

Leave A Reply

Your email address will not be published.