ଆଜିଠୁ ରାଜ୍ୟରେ ବଢିବ ବର୍ଷା
ଭୁବନେଶ୍ୱର : ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁ ରାଜ୍ୟରେ ଆଜି ସକାଳେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।