ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ବିଜେଡି ଛାଡ଼ିଲେ ଦେବାଶିଷ । ରାଜ୍ୟସଭା ସଦସ୍ୟ ତଥା ତିନିଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବର୍ତ୍ତମାନ ଆଲୋଚନା ଚାଲିଛି ଦେବାଶିଷ ସାମନ୍ତରାୟଙ୍କ ଉପରେ ଆକ୍ସନ ନେଇପାରେ ବିଜେଡି । ଏନେଇ ଦଳୀୟ ମହଲରେ ଚାଲିଛି ବିଚାର ବିମର୍ଷ । ଖୁବଶୀଘ୍ର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଇପାରନ୍ତି ବିଜେଡି ସୁପ୍ରିମୋ । ଦେବାଶିଷ ବିଜେଡି ଛାଡ଼ି ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଘଟଣା ଏବେ ଏକ ରୋଚକ ମୋଡ଼ ସୃଷ୍ଟି କରିଛି ।
ପୂର୍ବରୁ ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ବିଭିନ୍ନ କାରଣରୁ ଅସନ୍ତୁଷ୍ଟ ଥିଲେ । ନବୀନ ଓ ତାଙ୍କ ମଧ୍ୟରେ ଦୂରତା ସୃଷ୍ଟି କରାଯାଇ ଆସୁଥିଲା ବୋଲି ଅଭିଯୋଗ ହେଉଥିଲା । ତାଙ୍କର ଅନୁଗତ ମାନଙ୍କୁ ଦଳରେ ଗୁରୁତ୍ବ ଦିଆଯାଉ ନଥିଲା । ଏମିତିକି ତାଙ୍କୁ ଯେଉଁ ସିନିୟର ସିଟିଜେନ ସେଲର ବରିଷ୍ଠ ଉପସଭାପତି ପଦ ଦିଆଯାଇଥିଲା, ତାହାକୁ ଦେବାଶିଷ ପ୍ରତ୍ୟାଖ୍ୟାନ କରିଥିଲେ । ଗତ କିଛି ମାସ ହେଲା ଦେବାଶିଷ ବି ଦଳ ଭିତରେ ଘଟୁଥିବା ପରିବର୍ତ୍ତନ ସଂପର୍କରେ କୌଣସି ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ । ଦେବାଶିଷ ଇସ୍ତଫା ଦେବା ପରେ ସବୁଠି ଚର୍ଚ୍ଚା ଜୋର୍ ଧରିଛି ।