ଭୁବନେଶ୍ୱର (ଆମ ଟିଭି): ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିରକୁ ମିଳିଲା ସ୍ଥାୟୀ ପ୍ରଶାସକ । ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ରଞ୍ଜନ କୁମାର ଦାସ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ କାର୍ୟ୍ୟରେ ଯୋଗ ଦେଇଛନ୍ତି ସ୍ଥାୟୀ ପ୍ରଶାସକ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକକ ପ୍ରଶାସକ ଭାବେ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଆଗକୁ ରଥଯାତ୍ରା, ଏହା ପୂର୍ବରୁ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।
ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ ମଧ୍ୟ ସରକାରଙ୍କୁ ତାଗିଦ କରିଥିଲେ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସ୍ୱତନ୍ତ୍ର ସଚିବ ତଥା ନିର୍ଦ୍ଦେଶକ ୨୦୦୭ ବ୍ୟାଚର ଆଇଏଏସ୍ ରଂଜନ କୁମାର ଦାସଙ୍କୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ବଦଳି କରାଯାଇଛି ।