ତାତିରୁ ମିଳିଲା ଆଶ୍ୱସ୍ତି

0

ଭୁବନେଶ୍ୱର :ଆଜିଠୁ ରାଜ୍ୟରେ ବଦଳିବ ପାଗ। ଖରାର ତାତି କମିବ । ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୩ରୁ ୪ ଦିନ ଭିତରେ ରାଜ୍ୟରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୩ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ୨୪ ଘଣ୍ଟା ମଧ୍ୟରେ ଗ୍ରୀଷ୍ମଲହରୀ ପାଇଁ ହୋଇଥିବା ଚେତାବନୀକୁ ପାଣିପାଗ ବିଭାଗ ପକ୍ଷରୁ ହଟାଇ ଦିଆଯାଇଛି।

ଆଜି ସକାଳେ ରାଜ୍ୟରେ ପାଗର ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ସକାଳେ ଖରାର ତାତି ବଦଳର ଥଣ୍ଡା ପବନ ହୋଇଥିଲା। ଏହାସହ କଟକ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ହାଲୁକା ବର୍ଷା ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତକାଲି ଅସମ୍ଭାଳ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଉଥିଲା ସାରା ଓଡ଼ିଶା । ୨୮ଟି ସହରର ତାପମାତ୍ରା ୪୦ ଉପରେ ରହିଥିଲା। ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ବୌଦ୍ଧର ତାପମାତ୍ରା ୪୩.୨ ଡିଗ୍ରୀ ଥିଲା।

Leave A Reply

Your email address will not be published.