ବାତ୍ୟା କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କହିଲେ ପ୍ରାଥମିକ ଆକଳନ ଅନୁସାରେ ହୋଇଛି…

0

ଭୁବନେଶ୍ୱର (ଆମ ଟିଭି): ବାତ୍ୟା ଦାନା ରାଜ୍ୟର କିଛି ଜିଲାରେ ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୋମବାର ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ ସୂଚନା ନେଇଛନ୍ତି।

ବିଶେଷକରି ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲା ବେଶୀ କ୍ଷତିଗ୍ରସ୍ତ ବୋଲି ମନ୍ତ୍ରୀ କହିଛନ୍ତି। ଏତଦ୍‌ବ୍ୟତୀତ ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କଟକ ମଧ୍ୟ ପ୍ରଭାବିତ ହୋଇଛି। ପଞ୍ଚାୟତିରାଜ ବିଭାଗ ଛଡ଼ା ଅନ୍ୟ ସବୁ ବିଭାଗରୁ ରିପୋର୍ଟ ଆସିଛ। ତେବେ ସନ୍ଧ୍ୟା ସୁଦ୍ଧା ସବୁ ରିପୋର୍ଟ ମିଳିଲା ପରେ ଚୂଡ଼ାନ୍ତ ହିସାବ କରାଯିବ।

ରାଜ୍ୟର ମୋଟ୍‌  ୧୪ ଜିଲାର ୧୩୧ ବ୍ଲକ ପ୍ରଭାବିତ ହୋଇଥିବାବେଳେ୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ୧୬, ୪୧୭ ଘର ପ୍ରଭାବିତ ହୋଇଥିବାବେଳେ ୨୭ ଘର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି। ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହୋଇ କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.