ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର (ଆମ ଟିଭି): ଆଜି ରାଉରକେଲା ଗସ୍ତରେ ଯାଇଥିଲେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ସେ ସେଠାରେ ନବନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦ୍‌ଘାଟନ କରିଛନ୍ତି। ସନ୍ଧ୍ୟା ପ୍ରାୟ ସାଢ଼େ ପାଞ୍ଚ ଟାରେ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମରେ ପହଂଚିଥିଲେ। ଷ୍ଟାଡିୟମ ଉଦଘାଟନ କରିବା ସହ ୯୬୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିସହ ଜିଲ୍ଲା ହକି ପ୍ରଶିକ୍ଷଣ କେନ୍ଦ୍ରକୁ ଶୁଭ ଉଦଘାଟନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅପରାହ୍ନରେ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ରାଉରକେଲାରେ ଅପରାହ୍ନ ୪ଟା ୫୦ ମିନିଟରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରୁ ସିଧାସଳଖ ବିର୍ସା ଛକରେ ପ୍ରାୟ ୧୪୨ କୋଟିରେ ନିର୍ମିତ ଅତ୍ୟାଧୁନିକ ଆଥ୍‌ଲେଟିକ୍‌ ଷ୍ଟାଡିୟମକୁ ଲୋକାର୍ପଣ କରିଛନ୍ତି।

ଷ୍ଟାଡିୟମରେ ପ୍ରାୟ ୧୦ ହଜାର ଦର୍ଶକ ବସିବାର କ୍ଷମତା ରହିଛି। ପରେ ସନ୍ଧ୍ୟା ୬ଟାରେ ବିର୍ସା ମୁଣ୍ଡା ଷ୍ଟାଡିୟମ ନିକଟରେ ନିର୍ମିତ ବିଶ୍ବକପ୍‌ ଗ୍ରାମକୁ ଫେରିଆସି ସେଠାରେ କିଛି ସମୟ ବିତାଇଥିଲେ।

Leave A Reply

Your email address will not be published.