ନାମାଙ୍କନ ଭରିଲେ ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ

0

ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ପ୍ରଣବ ମା’ ସମଲେଇଙ୍କୁ ଦର୍ଶନ କରି ଆର୍ଶୀବାଦ ଲୋଡିଥିଲେ। ଅନ୍ୟପଟେ, ପ୍ରଣବ ପ୍ରକାଶ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ନିଶ୍ଚିତ ଯେ ତୁମେ ବିଜୟ ହାସଲ କରିବ ।

Leave A Reply

Your email address will not be published.