ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ଶବଳ ହେଉଛି ଭାରତୀୟ ଜନତା ପାର୍ଟି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼ଃ କୃପାସିନ୍ଧୁ ଭୋଇଙ୍କ ପୁଅ ତଥା ପୂର୍ବତନ କଂଗ୍ରେସ ସାଂସଦ ଇଞ୍ଜିନିଅର ସଞ୍ଜୟ ଭୋଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।
ଏହି ଅବସରରେ ଆୟୋଜିତ ଉତ୍ସବରେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳର ନେତା ଜୟ ନାରାୟଣ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ନେତା ମାନେ ଉପସ୍ଥିତ ଥିଲେ।